ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଉଚ୍ଚଶିକ୍ଷା ପାଇଁ ଜନଜାତି ଛାତ୍ରଛାତ୍ରୀଙ୍କୁ ମିଳିବ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା

Financial Assistance of Rs 50 Thousand to Tribal Students: ଆଜି ଜନଜାତି ଉପଦେଷ୍ଟା ପରିଷଦ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଦିନ ସାଢେ ୧୧ ଟାରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମନ୍ତ୍ରୀ ଜଗନ୍ନାଥ ସାରକା, ସୁଦାମ ମାର୍ଣ୍ଡି ଓ କମିଟିର ସଦସ୍ୟମାନେ ସାମିଲ ହୋଇଛନ୍ତି ।